Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ସେପ୍ଟେମ୍ବର 2027

ବୁଧବାର · ସାଧାରଣ କାଳର 24ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 24ତମ ସପ୍ତାହର ବୁଧବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ଦୁଃଖିନୀ ମାତା ମରୀୟମ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ର.ତୀମ 3:14–16

14ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି; 15ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି। 16ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।

ପ୍ରତିଉତ୍ତର ଗୀତ

ଗୀତ 111:1–6

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। 4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। 6ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।

ସୁସମାଚାର

ଯୋହ 19:25–27

କିମ୍ବା: ଲୂକ 2:33–35

25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର