Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 15

ଅର୍ଥୋଡକ୍ସ ପଞ୍ଜିକା · 2 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 15 ସେପ୍ଟେମ୍ବର 2027

ବୁଧବାର · ପେଣ୍ଟିକଷ୍ଟ ପରେ 13ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Martyr Mamas of Cæsarea in Cappadocia (3rd C) and his parents Theodotus and Rufina

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 9:12–10:7

12କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, 13ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, 14ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି। 15ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ। 10:1ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ; 2ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେ କରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସ ଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତ ହୋଇ ଯେପରି ମୋତେ ସେହି ପ୍ରକାର ସାହସ ଦେଖାଇବାକୁ ନ ହୁଏ; 3କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ, 4(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ); 5ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ, 6ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ। 7ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।

ପତ୍ର (କିଭ୍ ଗୁମ୍ଫା-ମଠର ସନ୍ଥ ଆଣ୍ଟୋନି ଓ ସନ୍ଥ ଥିଓଡୋସିୟସ୍‌ଙ୍କ ପାଇଁ)

ରୋମୀ 8:28–39

28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। 29କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। 30ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ। 31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ? 32ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ? 33ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି। 34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି। 35ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ? 36ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।” 37ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। 38କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, 39ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।

ସୁସମାଚାର

ମାର୍କ 3:20–27

20ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ। 21ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। 22ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ। 23ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? 24ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ। 25ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ। 26ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି। 27ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 2 ନାଗରିକ ପଞ୍ଜିକାର ସେପ୍ଟେମ୍ବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର