ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ସେପ୍ଟେମ୍ବର 2027
ଗୁରୁବାର · ସାଧାରଣ କାଳର 24ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 24ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ସନ୍ଥ କର୍ଣ୍ଣେଲିୟସ୍, ପୋପ୍, ଓ ସିପ୍ରିୟାନ୍, ଧର୍ମାଧ୍ୟକ୍ଷ, ଶହୀଦ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
12ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ। 13ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। 14ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର। 15ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। 16ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
ପ୍ରତିଉତ୍ତର ଗୀତ
7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ। 8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। 9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। 10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
ସୁସମାଚାର
36ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। 37ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି, 38ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା। 39ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା। 40ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ। 41“ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା। 42ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?” 43ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।” 44ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା। 45ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ। 46ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା। 47ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।” 48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।” 49ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ? 50କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”
ଆଜିର ସନ୍ଥ
- ସନ୍ଥ କର୍ଣ୍ଣେଲିୟସ୍, ପୋପ୍, ଓ ସିପ୍ରିୟାନ୍, ଧର୍ମାଧ୍ୟକ୍ଷ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର