Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 16

ଅର୍ଥୋଡକ୍ସ ପଞ୍ଜିକା · 3 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ସେପ୍ଟେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 13ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Hieromartyr Anthimus, Bishop of Nicomedia, and those with him: Theophilus the Deacon, Dorotheus, Mardonius, Migdonius, Peter, Indis, Gorgonius, Xeno, Domna the Virgin and Euthimius († 302)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 10:7–18

7ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ। 8କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି; 9ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ର ଦେଖାଉଅଛି ବୋଲି ବୋଧ ନ ହେଉ। 10କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ। 11ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରା ବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେ ମଧ୍ୟ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ। 12କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି। 13କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିର ପରିମାଣ ଅନୁସାରେ ଦର୍ପ କରିବ। 14କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ; 15ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ, 16ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାର କୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଯେପରି ସୁସମାଚାର ପ୍ରଚାର କରିପାରିବା, ଏହା ଭରସା କରୁଅଛୁ। 17କିନ୍ତୁ ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ। 18କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।

ସୁସମାଚାର

ମାର୍କ 3:28–35

28ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; 29କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। 30ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।” 31ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ। 32ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି। 33ସେ ସେମାନଙ୍କୁ ଉତ୍ତର ଦେଲେ, “ମୋହର ମାଆ ଓ ଭାଇମାନେ କିଏ?” 34ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ। 35ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 3 ନାଗରିକ ପଞ୍ଜିକାର ସେପ୍ଟେମ୍ବର 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର