Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 17

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 17 ସେପ୍ଟେମ୍ବର 2027

ଶୁକ୍ରବାର · ସାଧାରଣ କାଳର 24ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 24ତମ ସପ୍ତାହର ଶୁକ୍ରବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ବିଙ୍ଗେନର ସନ୍ଥ ହିଲଡେଗାର୍ଡ, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ରବର୍ଟ ବେଲାରମାଇନ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ର.ତୀମ 6:2–12

2ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ। 3କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ, 4ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, 5ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ। 6ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; 7କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; 8ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। 9ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। 10କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି। 11କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। 12ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।

ପ୍ରତିଉତ୍ତର ଗୀତ

ଗୀତ 49:5–9, 16–19

5ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? 6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ। 8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; 9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ। 16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ। 18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।

ସୁସମାଚାର

ଲୂକ 8:1–3

1ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ, 2ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍‍ ମଗ୍‌ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ, 3ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର