ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 17
ଅର୍ଥୋଡକ୍ସ ପଞ୍ଜିକା · 4 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ସେପ୍ଟେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 13ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Holy Prophet and God-seer Moses († 1531 BC)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। 6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ। 7ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି? 8ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି, 9କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି। 10ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି? 11ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି। 12କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି। 13କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। 14ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ। 15ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ। 16ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରିପାରେ। 17ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେ କହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେ ଦର୍ପ କରି କହୁଅଛି। 18ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି। 19କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନା ଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ। 20ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଙ୍କାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ। 21ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।
ସୁସମାଚାର
1ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ। 2ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ! 3“ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା। 4ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ। 5ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା, 6କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା। 7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ। 8ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।” 9ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 4 ନାଗରିକ ପଞ୍ଜିକାର ସେପ୍ଟେମ୍ବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର