ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ସେପ୍ଟେମ୍ବର 2027
ଶନିବାର · ସାଧାରଣ କାଳର 24ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 24ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
13ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, 14ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। 15ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, 16ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
ପ୍ରତିଉତ୍ତର ଗୀତ
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ସୁସମାଚାର
4ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ, 5“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। 6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା। 7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା। 8ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।” 9ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ। 10ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’” 11“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ, 12ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ। 13ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି। 14ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ। 15ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର