Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 18

ଅର୍ଥୋଡକ୍ସ ପଞ୍ଜିକା · 5 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 18 ସେପ୍ଟେମ୍ବର 2027

ଶନିବାର · ପେଣ୍ଟିକଷ୍ଟ ପରେ 13ତମ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Holy Prophet Zechariah and Righteous Elizabeth, parents of St John the Baptist (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 2:6–9

6ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, 7ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। 8ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ; 9କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

ସୁସମାଚାର

ମାଥି 22:15–22

15ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। 16ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ। 17ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 18କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” 19“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। 20ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? 21ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” 22ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ।

ସୁସମାଚାର (ଭାବବାଦୀ ଜିଖରୀୟ, ଅଗ୍ରଦୂତଙ୍କ ପିତାଙ୍କ ପାଇଁ)

ମାଥି 23:29–39

29“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, 30ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ। 31ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ। 32ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର। 33ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? 34ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ, 35ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ। 36ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।” 37“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। 38ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି। 39କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 5 ନାଗରିକ ପଞ୍ଜିକାର ସେପ୍ଟେମ୍ବର 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର