Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 19

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 19 ସେପ୍ଟେମ୍ବର 2027

ରବିବାର · ସାଧାରଣ କାଳର 25ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 25ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 54:1–4, 6

1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। 2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର। 3କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା] 4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି। 6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।

ଦ୍ୱିତୀୟ ପାଠ

ଯାକୁ 3:16–4:3

16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ। 17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ। 18ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ। 4:1ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ? 2ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ; 3ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।

ସୁସମାଚାର

ମାର୍କ 9:30–37

30ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା; 31କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ। 32କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ। 33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? 34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ। 35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। 36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, 37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର