Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ସେପ୍ଟେମ୍ବର 2027

ସୋମବାର · ସାଧାରଣ କାଳର 25ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 25ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ଆଣ୍ଡ୍ରୁ କିମ୍ ଟେ-ଗନ୍, ପୁରୋହିତ, ଓ ପଲ୍ ଚୋଙ୍ଗ୍ ହା-ସାଙ୍ଗ୍, ଓ ସାଥୀମାନେ, ଶହୀଦ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏଜ୍ରା 1:1–6

1ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା, 2“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି। 3ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି। 4ଆଉ, ଯେକେହି ଯେକୌଣସି ସ୍ଥାନରେ ଅବଶିଷ୍ଟ ଥାଇ ପ୍ରବାସ କରୁଅଛି, ତାହାର ସେହି ସ୍ଥାନସ୍ଥ ଲୋକମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିମନ୍ତେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଛଡ଼ା ରୂପା ଓ ସୁନା, ନାନା ଦ୍ରବ୍ୟ ଓ ପଶୁ ଦେଇ ତାହାର ସାହାଯ୍ୟ କରନ୍ତୁ।” 5ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ। 6ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।

ପ୍ରତିଉତ୍ତର ଗୀତ

ଗୀତ 126:1–6

1ଆରୋହଣ ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। 2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

ସୁସମାଚାର

ଲୂକ 8:16–18

16“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। 17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ। 18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର