Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 21

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 21 ସେପ୍ଟେମ୍ବର 2027

ମଙ୍ଗଳବାର · ସାଧାରଣ କାଳର 25ତମ ସପ୍ତାହ

ପର୍ବ ଓ ସନ୍ଥ

ସନ୍ଥ ମାଥିଉ, ପ୍ରେରିତ ଓ ସୁସମାଚାର ଲେଖକ

ପର୍ବ · ଉପାସନାର ରଙ୍ଗ: ନାଲି

ଦିନର ପାଠ

ପ୍ରଥମ ପାଠ

ଏଫି 4:1–7, 11–13

1ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି। 7କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। 11ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, 12ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, 13ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍‍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,

ପ୍ରତିଉତ୍ତର ଗୀତ

ଗୀତ 19:1–4

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,

ସୁସମାଚାର

ମାଥି 9:9–13

9ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ। 10ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। 11ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?” 12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି। 13କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର