Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ସେପ୍ଟେମ୍ବର 2027

ବୁଧବାର · ସାଧାରଣ କାଳର 25ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 25ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏଜ୍ରା 9:5–9

5ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି, 6“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। 7ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ। 8ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍‍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି। 9କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।

ପ୍ରତିଉତ୍ତର ଗୀତ

ଏହି ଅନୁବାଦରେ ନାହିଁ

ସୁସମାଚାର

ଲୂକ 9:1–6

1ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। 2ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ। 3ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ। 4ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ। 5ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।” 6ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର