ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 22
ଅର୍ଥୋଡକ୍ସ ପଞ୍ଜିକା · 9 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 22 ସେପ୍ଟେମ୍ବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 14ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Afterfeast of the Nativity of the Theotokos
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
3ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ; 4କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା। 5ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ। 6କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ। 7ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ। 8କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ। 9ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ। 10ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ। 11ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ। 12ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। 13ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 14ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
ସୁସମାଚାର
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।” 36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା। 37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। 38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? 39ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। 40ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?” 41ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 9 ନାଗରିକ ପଞ୍ଜିକାର ସେପ୍ଟେମ୍ବର 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର