ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ସେପ୍ଟେମ୍ବର 2027
ଶୁକ୍ରବାର · ସାଧାରଣ କାଳର 25ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 25ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 2“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ, 3‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? 4ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି; 5କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ। 6କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା; 7ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 8ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 9ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”
ପ୍ରତିଉତ୍ତର ଗୀତ
1ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର। 2କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? 3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।
ସୁସମାଚାର
18ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?” 19ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି। 20ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।” 21ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, 22“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର