ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 24
ଅର୍ଥୋଡକ୍ସ ପଞ୍ଜିକା · 11 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 24 ସେପ୍ଟେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 14ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Afterfeast of the Nativity of the Theotokos
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
6ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ବର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ, 7ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, 8(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ), 9ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି; 10ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି।
ସୁସମାଚାର
22ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, 23ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ। 24ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। 35ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? 36କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” 37ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ। 38ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, 39ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 40କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, 41ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।” 42ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ। 43ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ। 6:1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 11 ନାଗରିକ ପଞ୍ଜିକାର ସେପ୍ଟେମ୍ବର 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର