Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 25

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 25 ସେପ୍ଟେମ୍ବର 2027

ଶନିବାର · ସାଧାରଣ କାଳର 25ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 25ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯିଖ 2:1–5, 10–11

1ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। 2ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।” 3ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, 4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ। 5କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’” 10ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। 11ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

ପ୍ରତିଉତ୍ତର ଗୀତ

ଯିରି 31:10–13

10ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’ 11କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି। 12ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ। 13ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।

ସୁସମାଚାର

ଲୂକ 9:43–45

43ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, 44“ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।” 45କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର