Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 25

ଅର୍ଥୋଡକ୍ସ ପଞ୍ଜିକା · 12 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 25 ସେପ୍ଟେମ୍ବର 2027

ଶନିବାର · ପେଣ୍ଟିକଷ୍ଟ ପରେ 14ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

ଉତ୍ତୋଳନ ପର୍ବ ପୂର୍ବର ଶନିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର (କ୍ରୁଶର ଉତ୍ତୋଳନ ପୂର୍ବର ଶନିବାର ପାଇଁ)

ପ୍ର.କରି 2:6–9

6ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, 7ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। 8ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ; 9କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”

ପତ୍ର

ପ୍ର.କରି 4:1–5

1ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। 2ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ। 3କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। 4କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ। 5ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।

ପତ୍ର (ଈଶ୍ବରଜନନୀଙ୍କ ପାଇଁ)

ଫିଲି 2:5–11

5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।

ସୁସମାଚାର (କ୍ରୁଶର ଉତ୍ତୋଳନ ପୂର୍ବର ଶନିବାର ପାଇଁ)

ମାଥି 10:37–11:1

37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ। 38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। 39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।” 40“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ। 41ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ। 42ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।” 11:1ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।

ସୁସମାଚାର

ମାଥି 23:1–12

1ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ, 2“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି। 3ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ। 4ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ। 5ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, 6ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ, 7ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି। 8କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ। 9ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି। 10ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ। 11କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ। 12ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”

ସୁସମାଚାର (ଈଶ୍ବରଜନନୀଙ୍କ ପାଇଁ)

ଲୂକ 10:38–42; 11:27–28

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 12 ନାଗରିକ ପଞ୍ଜିକାର ସେପ୍ଟେମ୍ବର 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର