ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ସେପ୍ଟେମ୍ବର 2027
ରବିବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
25ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ। 26ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ। 27ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।” 28ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” 29ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
ପ୍ରତିଉତ୍ତର ଗୀତ
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। 12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। 13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
ଦ୍ୱିତୀୟ ପାଠ
1ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର। 2ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, 3ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ! 4ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି। 5ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ। 6ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
ସୁସମାଚାର
38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ। 39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; 40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ। 41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ। 42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। 43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 44[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 46[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] 47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; 48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।
ଆଜିର ସନ୍ଥ
- ସନ୍ଥ କସ୍ମାସ୍ ଓ ଡାମିଆନ୍, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର