Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 27

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 27 ସେପ୍ଟେମ୍ବର 2027

ସୋମବାର · ସାଧାରଣ କାଳର 26ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 26ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଭିନ୍ସେଣ୍ଟ ଡି ପଲ୍, ପୁରୋହିତ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯିଖ 8:1–8

1ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 2ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ। 3ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ। 4ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ। 5ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ। 6ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି। 7ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି! 8ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”

ପ୍ରତିଉତ୍ତର ଗୀତ

ଗୀତ 102:15–20, 28, 21–22

15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ। 16କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି; 17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି। 18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ। 19କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ; 20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ; 28ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ। 21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ, 22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;

ସୁସମାଚାର

ଲୂକ 9:46–50

46ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା। 47କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ, 48“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।” 49ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ। 50କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର