ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 28
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 28 ସେପ୍ଟେମ୍ବର 2027
ମଙ୍ଗଳବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ୱେନସେସ୍ଲାସ୍, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ଲରେନ୍ସ ରୁଇଜ୍ ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
20ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ। 21ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’ 22ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। 23ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”
ପ୍ରତିଉତ୍ତର ଗୀତ
1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
ସୁସମାଚାର
51ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି, 52ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ; 53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 54ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା? 55କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି। 56ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
ଆଜିର ସନ୍ଥ
- ସନ୍ଥ ୱେନସେସ୍ଲାସ୍, ଶହୀଦ
- ସନ୍ଥ ଲରେନ୍ସ ରୁଇଜ୍ ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର