ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 29
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 29 ସେପ୍ଟେମ୍ବର 2027
ବୁଧବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ମୀଖାୟେଲ, ଗାବ୍ରିଏଲ ଓ ରାଫାଏଲ୍, ପ୍ରଧାନ ଦୂତ
ପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
କିମ୍ବା: ପ୍ରକା 12:7–12
9ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। 10ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା। 13ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ। 14ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। 3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ। 4ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। 5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
ସୁସମାଚାର
47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍-ମହତ୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
ଆଜିର ସନ୍ଥ
- ସନ୍ଥ ମୀଖାୟେଲ, ଗାବ୍ରିଏଲ ଓ ରାଫାଏଲ୍, ପ୍ରଧାନ ଦୂତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର