Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 1

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଅକ୍ଟୋବର 2027

ଶୁକ୍ରବାର · ସାଧାରଣ କାଳର 26ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 26ତମ ସପ୍ତାହର ଶୁକ୍ରବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ଶିଶୁ ଯୀଶୁଙ୍କ ସନ୍ଥ ଥେରେସ୍, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା · ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 79:1–5, 8–9

1ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି। 2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି। 3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା। 4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। 5ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ? 8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ। 9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।

ସୁସମାଚାର

ଲୂକ 10:13–16

13“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ। 14ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ। 15ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।” 16ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର