ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ଅକ୍ଟୋବର 2027
ଶନିବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ଶନିବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ପବିତ୍ର ରକ୍ଷକ ଦୂତମାନେ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ। 33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ। 34ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ। 35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ। 36ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
ସୁସମାଚାର
1ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। 5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; 10ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର