ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 2
ଅର୍ଥୋଡକ୍ସ ପଞ୍ଜିକା · 19 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 2 ଅକ୍ଟୋବର 2027
ଶନିବାର · ପେଣ୍ଟିକଷ୍ଟ ପରେ 15ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
ଉତ୍ତୋଳନ ପର୍ବ ପରର ଶନିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (କ୍ରୁଶର ଉତ୍ତୋଳନ ପରର ଶନିବାର ପାଇଁ)
26କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; 27କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ, 28ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, 29ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
ପତ୍ର
17ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ। 18ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। 19କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି! 20କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ। 21ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି? 5:1ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି। 2ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ? 3କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି, 4ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ, 5ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
ସୁସମାଚାର (କ୍ରୁଶର ଉତ୍ତୋଳନ ପରର ଶନିବାର ପାଇଁ)
21ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।” 22ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?” 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।” 24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।” 25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି। 26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।” 27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ। 28ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ। 29ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।” 30ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।
ସୁସମାଚାର
1ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ, 2“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।” 3ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ। 4ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ। 5କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ। 6ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ। 7କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ। 8କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର। 9ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ। 10ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, 11ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, 12ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ। 13ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 19 ନାଗରିକ ପଞ୍ଜିକାର ଅକ୍ଟୋବର 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର