ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 4
ଅର୍ଥୋଡକ୍ସ ପଞ୍ଜିକା · 21 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 4 ଅକ୍ଟୋବର 2027
ସୋମବାର · ପେଣ୍ଟିକଷ୍ଟ ପରେ 16ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Apodosis of the Exaltation of the Cross
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
28ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। 29କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। 30ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାହାର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ। 31ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ। 5:1ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ। 2ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ। 3ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ। 4ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ। 5କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। 6ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର। 7ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ? 8ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତା ଈଶ୍ବରଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ। 9ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ। 10ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।
ସୁସମାଚାର
19କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ, 20ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। 21ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, 22ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 21 ନାଗରିକ ପଞ୍ଜିକାର ଅକ୍ଟୋବର 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର