ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 5
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଅକ୍ଟୋବର 2027
ମଙ୍ଗଳବାର · ସାଧାରଣ କାଳର 27ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 27ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଫଷ୍ଟିନା କୋୱାଲସ୍କା, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; 2“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।” 3ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। 4ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।” 5ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ। 6ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ। 7ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ; 8ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ। 9କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।” 10ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
ପ୍ରତିଉତ୍ତର ଗୀତ
1ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। 2ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ। 3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? 4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। 7ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। 8ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
ସୁସମାଚାର
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”
ଆଜିର ସନ୍ଥ
- ସନ୍ଥ ଫଷ୍ଟିନା କୋୱାଲସ୍କା, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର