Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 5

ଅର୍ଥୋଡକ୍ସ ପଞ୍ଜିକା · 22 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ଅକ୍ଟୋବର 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 16ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Prophet Jonah (8th C BC)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଗାଲା 5:11–21

11କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ। 12ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା। 13କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର। 14କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” 15କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ। 16ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ। 17କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ। 18କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ। 19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା 20କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, 21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।

ସୁସମାଚାର

ଲୂକ 3:23–4:1

23ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର, 24ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର, 25ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର, 26ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର, 27ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର, 28ନେରୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର, 29ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, 30ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର, 31ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର, 32ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର, 33ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର, 34ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର, 35ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର, 36ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର, 37ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର, 38କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର। 4:1ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 22 ନାଗରିକ ପଞ୍ଜିକାର ଅକ୍ଟୋବର 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର