ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଅକ୍ଟୋବର 2027
ଗୁରୁବାର · ସାଧାରଣ କାଳର 27ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 27ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଜପମାଳାର ମାତା ମରୀୟମ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
13ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’ 14ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ? 15ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’” 16ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା। 17ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା। 18ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ। 4:1କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 2ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
ପ୍ରତିଉତ୍ତର ଗୀତ
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ସୁସମାଚାର
5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, 6କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’ 7ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’ 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ। 9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। 10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ। 11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? 12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? 13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର