ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 7
ଅର୍ଥୋଡକ୍ସ ପଞ୍ଜିକା · 24 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଅକ୍ଟୋବର 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 16ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Protomartyr and Equal-to-the-Apostles Thekla (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି। 2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, 4ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; 6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। 7ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। 8ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି। 9ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
ପତ୍ର (ଶୁକ୍ରବାର ପାଇଁ)
7ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। 8ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି। 9ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି, 10ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। 11ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ, 12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ। 13ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; 14ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ। 15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, 16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। 17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
ସୁସମାଚାର
16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ। 17ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, 18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, 19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।” 20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା। 21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।” 22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
ସୁସମାଚାର (ଶୁକ୍ରବାର ପାଇଁ)
22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ? 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’” 24ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। 25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ; 26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ। 27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।” 28ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, 29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ; 30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 24 ନାଗରିକ ପଞ୍ଜିକାର ଅକ୍ଟୋବର 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର