Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 8

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଅକ୍ଟୋବର 2027

ଶୁକ୍ରବାର · ସାଧାରଣ କାଳର 27ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 27ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଯୋୟେ 1:13–15; 2:1–2

13ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। 14ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶ ନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର। 15ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। 2:1ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। 2ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।

ପ୍ରତିଉତ୍ତର ଗୀତ

ଗୀତ 9:1–2, 5, 15, 7–8

1ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି। 2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। 15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। 7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। 8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।

ସୁସମାଚାର

ଲୂକ 11:15–26

15କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ। 16ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ। 17କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ। 18ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। 19କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ। 20କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି। 21ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ; 22କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ। 23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।” 24“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’ 25ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ। 26ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର