ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଅକ୍ଟୋବର 2027
ରବିବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
12ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। 13ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। 14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। 15ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। 16ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ। 17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ଦ୍ୱିତୀୟ ପାଠ
12କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। 13ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
ସୁସମାଚାର
17ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ। 19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’” 20ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। 21ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” 22କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା। 23ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” 24ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! 25ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।” 26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।” 28ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। 29ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, 30ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର