Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 11

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଅକ୍ଟୋବର 2027

ସୋମବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଜନ୍ 23ଶ, ପୋପ୍ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ରୋମୀ 1:1–7

1ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ, 2ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି। 3ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ, 4କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ 5ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ, 6ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ। 7ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

ପ୍ରତିଉତ୍ତର ଗୀତ

ଗୀତ 98:1–4

1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।

ସୁସମାଚାର

ଲୂକ 11:29–32

29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। 31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର