Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 12

ଅର୍ଥୋଡକ୍ସ ପଞ୍ଜିକା · 29 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ଅକ୍ଟୋବର 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 17ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Venerable Kyriakos the Hermit of Palestine († 556)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏଫି 2:19–3:7

19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ। 3:1ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ 2ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, 3ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। 4ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର; 5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, 6ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; 7ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।

ପତ୍ର (ସନ୍ଥ କିରିୟାକସ୍ ଏକାନ୍ତବାସୀଙ୍କ ପାଇଁ)

ଗାଲା 5:22–6:2

22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ସୁସମାଚାର

ଲୂକ 5:12–16

12ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 13ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା। 14ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।” 15କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; 16ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 29 ନାଗରିକ ପଞ୍ଜିକାର ଅକ୍ଟୋବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର