Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ଅକ୍ଟୋବର 2027

ବୁଧବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ରୋମୀ 2:1–11

1ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ। 2ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ। 3ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ? 4କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? 5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; 6ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; 7ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, 8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ। 9ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ, 10ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ। 11କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।

ପ୍ରତିଉତ୍ତର ଗୀତ

ଗୀତ 62:1–2, 5–6, 8

1ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍ର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ। 2କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି। 5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]

ସୁସମାଚାର

ଲୂକ 11:42–46

42କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ। 43ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ। 44ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।” 45ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି। 46ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର