Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 13

ଅର୍ଥୋଡକ୍ସ ପଞ୍ଜିକା · 30 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 13 ଅକ୍ଟୋବର 2027

ବୁଧବାର · ପେଣ୍ଟିକଷ୍ଟ ପରେ 17ତମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Hieromartyr Gregory, Bishop and Enlightener of Great Armenia († c. 335)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏଫି 3:8–21

8ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, 9ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, 10ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, 11ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; 12ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। 13ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ। 14ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, 15ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି, 16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, 17ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, 18ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, 19ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ। 20ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, 21ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍‍।

ପତ୍ର (ଗୁରୁବାର ପାଇଁ)

ଏଫି 4:14–19

14ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, 15କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; 16ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି। 17ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; 18ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; 19ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।

ସୁସମାଚାର

ଲୂକ 5:33–39

33ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି। 34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର? 35କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।” 36ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ। 37ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। 38କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ। 39ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”

ସୁସମାଚାର (ଗୁରୁବାର ପାଇଁ)

ଲୂକ 6:12–19

12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ। 13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, 14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, 15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି, 16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। 17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 30 ନାଗରିକ ପଞ୍ଜିକାର ଅକ୍ଟୋବର 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର