Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଅକ୍ଟୋବର 2027

ଗୁରୁବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ସପ୍ତାହର ଗୁରୁବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ କାଲିକ୍ସଟସ୍ ପ୍ରଥମ, ପୋପ୍ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ରୋମୀ 3:21–30

21କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, 22ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, 23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, 24ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି। 25ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, 26ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି। 27ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା। 28ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ। 29କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ। 30କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।

ପ୍ରତିଉତ୍ତର ଗୀତ

ଗୀତ 130:1–6

1ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। 2ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ। 3ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? 4ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। 5ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। 6ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।

ସୁସମାଚାର

ଲୂକ 11:47–54

47ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ। 48ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ। 49ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ, 50ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି, 51ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ। 52ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।” 53ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି 54ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର