ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 15
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଅକ୍ଟୋବର 2027
ଶୁକ୍ରବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଯୀଶୁଙ୍କ ସନ୍ଥ ଟେରେସା, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା? 2କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ। 3କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। 4ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। 5କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ। 6ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା, 7“ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ। 8ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। 2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] 11ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।
ସୁସମାଚାର
1ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ। 2କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। 3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।” 4“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। 5କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। 6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। 7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
ଆଜିର ସନ୍ଥ
- ଯୀଶୁଙ୍କ ସନ୍ଥ ଟେରେସା, କୁମାରୀ ଓ ମଣ୍ଡଳୀର ଆଚାର୍ଯ୍ୟା
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର