ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 15
ଅର୍ଥୋଡକ୍ସ ପଞ୍ଜିକା · 2 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ଅକ୍ଟୋବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 17ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Hieromartyr Cyprian and Virginmartyr Justina of Nicomedia († 304)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
17ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; 18ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; 19ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି। 20କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ; 21ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ, 22ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, 23ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, 24ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ। 25ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
ପତ୍ର (ସନ୍ଥ ସିପ୍ରିୟାନ୍ଙ୍କ ପାଇଁ)
12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; 14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା। 15ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। 16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି। 17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
ସୁସମାଚାର
17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 2 ନାଗରିକ ପଞ୍ଜିକାର ଅକ୍ଟୋବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର