ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଅକ୍ଟୋବର 2027
ଶନିବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ହେଡୱିଗ୍, ସନ୍ନ୍ୟାସିନୀ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ମାର୍ଗାରେଟ୍ ମେରୀ ଆଲାକୋକ୍, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା। 16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ; 17ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ। 18“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
ପ୍ରତିଉତ୍ତର ଗୀତ
6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି। 42କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ। 43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
ସୁସମାଚାର
8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; 9କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। 10ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। 11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; 12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
ଆଜିର ସନ୍ଥ
- ସନ୍ଥ ହେଡୱିଗ୍, ସନ୍ନ୍ୟାସିନୀ
- ସନ୍ଥ ମାର୍ଗାରେଟ୍ ମେରୀ ଆଲାକୋକ୍, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର