ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 17
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଅକ୍ଟୋବର 2027
ରବିବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
10ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। 11ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
ପ୍ରତିଉତ୍ତର ଗୀତ
4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ। 5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। 20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ। 22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
ଦ୍ୱିତୀୟ ପାଠ
14ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ। 15କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ। 16ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
ସୁସମାଚାର
35ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। 36ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?” 37ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ। 38କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?” 39ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ; 40କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।” 41ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ। 42ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ। 43କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, 44ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। 45କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”
ଆଜିର ସନ୍ଥ
- ଆନ୍ତିୟଖିଆର ସନ୍ଥ ଇଗ୍ନାସିୟସ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର