ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଅକ୍ଟୋବର 2027
ସୋମବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ଲୂକ, ସୁସମାଚାର ଲେଖକ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
9ଶୀଘ୍ର ମୋ ନିକଟକୁ ଆସିବାକୁ ଚେଷ୍ଟା କର; 10କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି। 11କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ। 12ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି। 13ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ। 14କଂସାରି ଆଲେକ୍ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ; 15ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା। 16ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ। 17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
ପ୍ରତିଉତ୍ତର ଗୀତ
10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
ସୁସମାଚାର
1ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। 2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। 3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। 4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। 5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। 6ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ। 7ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। 8ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, 9ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
ଆଜିର ସନ୍ଥ
- ସନ୍ଥ ଲୂକ, ସୁସମାଚାର ଲେଖକ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର