ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 18
ଅର୍ଥୋଡକ୍ସ ପଞ୍ଜିକା · 5 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 18 ଅକ୍ଟୋବର 2027
ସୋମବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Martyr Charitina of Amisus († 304)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
25ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ। 26କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। 27ଚୋର ଆଉ ଚୋରି ନ କରୁ, 28ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। 29ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ। 30ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ। 31ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; 32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ସୁସମାଚାର
24“କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ। 25ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ। 26ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ। 27କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; 28ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। 29ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ। 30ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 5 ନାଗରିକ ପଞ୍ଜିକାର ଅକ୍ଟୋବର 18। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର