ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଅକ୍ଟୋବର 2027
ମଙ୍ଗଳବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
କ୍ରୁଶର ସନ୍ଥ ପଲ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ଜନ୍ ଡି ବ୍ରେବଫ୍ ଓ ଆଇଜାକ୍ ଜୋଗ୍ସ, ପୁରୋହିତ, ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
12ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ। 15କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା। 17ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ। 18ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା। 19କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ। 20ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, 21ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
ପ୍ରତିଉତ୍ତର ଗୀତ
6ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ। 7ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି। 8ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।” 9ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। 16ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”
ସୁସମାଚାର
35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ; 36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ। 37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ। 38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।
ଆଜିର ସନ୍ଥ
- କ୍ରୁଶର ସନ୍ଥ ପଲ୍, ପୁରୋହିତ
- ସନ୍ଥ ଜନ୍ ଡି ବ୍ରେବଫ୍ ଓ ଆଇଜାକ୍ ଜୋଗ୍ସ, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର