Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 20

ଅର୍ଥୋଡକ୍ସ ପଞ୍ଜିକା · 7 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 20 ଅକ୍ଟୋବର 2027

ବୁଧବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Martyrs Sergius and Baccus in Syria († 290-303)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଏଫି 5:25–33

25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, 26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, 27ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। 28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; 29କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, 30ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ। 31ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। 32ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି। 33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।

ସୁସମାଚାର

ଲୂକ 6:46–7:1

46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? 47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। 48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା। 49କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।” 7:1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 7 ନାଗରିକ ପଞ୍ଜିକାର ଅକ୍ଟୋବର 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର