Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଅକ୍ଟୋବର 2027

ଶୁକ୍ରବାର · ସାଧାରଣ କାଳର 29ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 29ତମ ସପ୍ତାହର ଶୁକ୍ରବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଜନ୍ ପଲ୍ ଦ୍ୱିତୀୟ, ପୋପ୍ · ଇଚ୍ଛାଧୀନ ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ରୋମୀ 7:18–25

18କାରଣ ମୋʼ ଠାରେ, ଅର୍ଥାତ୍‍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ। 19କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ। 20କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ। 21ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି। 22କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ, 23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ। 24ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? 25ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।

ପ୍ରତିଉତ୍ତର ଗୀତ

ଗୀତ 119:66, 68, 76–77, 93–94

66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି। 68ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ। 76ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ। 77ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ। 93ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ। 94ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।

ସୁସମାଚାର

ଲୂକ 12:54–59

54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ; 55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ। 56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?” 57“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ? 58କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ। 59ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର