ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 22
ଅର୍ଥୋଡକ୍ସ ପଞ୍ଜିକା · 9 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 22 ଅକ୍ଟୋବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Holy Apostle James the son of Alphæus (1st C)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
18ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର। 19ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ, 20ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି। 21ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ; 22ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। 23ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ। 24ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
ସୁସମାଚାର
31“ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ? 32ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’ 33କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’ 34ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’ 35ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 9 ନାଗରିକ ପଞ୍ଜିକାର ଅକ୍ଟୋବର 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର