ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 23
ଅର୍ଥୋଡକ୍ସ ପଞ୍ଜିକା · 10 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 23 ଅକ୍ଟୋବର 2027
ଶନିବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Martyrs Eulampius and Eulampia, at Nicomedia, and 200 martyrs with them († 303-311)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
39ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର। 40ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ। 41ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ। 42ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; 43ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ; 44ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି। 45ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
ସୁସମାଚାର
27ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 28ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ। 29ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ। 30ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ? 31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି। 32ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 10 ନାଗରିକ ପଞ୍ଜିକାର ଅକ୍ଟୋବର 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର