ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 25
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 25 ଅକ୍ଟୋବର 2027
ସୋମବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
12ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ; 13କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ। 14ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ। 15କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। 16ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, 17ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ। 3ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ। 5ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି। 6ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି। 19ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। [ସେଲା] 20ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
ସୁସମାଚାର
10ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। 11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା। 12ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।” 13ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। 14କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ। 15କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? 16ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?” 17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର