ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଅକ୍ଟୋବର 2027
ମଙ୍ଗଳବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
18କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ। 19ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି। 20କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; 21ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ। 22କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ। 23ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ। 24କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? 25କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
ପ୍ରତିଉତ୍ତର ଗୀତ
1ଆରୋହଣ ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। 2ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।
ସୁସମାଚାର
18ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? 19ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।” 20ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି? 21ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର