Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 27

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଅକ୍ଟୋବର 2027

ବୁଧବାର · ସାଧାରଣ କାଳର 30ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 30ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ରୋମୀ 8:26–30

26ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; 27ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି। 28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। 29କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। 30ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।

ପ୍ରତିଉତ୍ତର ଗୀତ

ଗୀତ 13:3–6

3ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି; 4କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

ସୁସମାଚାର

ଲୂକ 13:22–30

22ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ। 23ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, 24“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ। 25ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’ 26ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ; 27ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ। 28ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ। 29ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ। 30ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର